ବୃଷ
କୃତିକା- ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ରୋହିଣୀ- ବହୁ ଦିନର ମନସ୍କାମନା ପୂରଣ ହେଇ ପାରେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି ।
ମୃଗଶିରା- ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ
ମୃଗଶିରା- ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ଯେକୈାଣସି କାମରେ ଯଥେଷ୍ଟ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।
ଆଦ୍ରା- ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ନୂତନ ଘର ତିଆରି କରିପାରନ୍ତି ।
ପୁନର୍ବସୁ- - ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭ୍ରମଣର ସଯୋଗ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ
ପୁନର୍ବସୁ- କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି ।
ଅଶ୍ଳେଷା- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । ପୁରାତନ ରୋଗର ପୀଡ଼ା ଅନୁଭବ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ
ମଘା-, ବାଣିଜ୍ୟ, ବ୍ୟବସାୟରୁ ଭଲ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛିତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ପୂ- ଫାଲ୍ଗୁନୀ- କର୍ମ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଆପଣ ବହୁତ୍ ଲାଭବାନ୍ ହେବ । ଆଜି ଭ୍ରମଣ ହେତୁ କ୍ଳାନ୍ତି ଅନୁଭବ କରିବେ ।
ଉ- ଫାଲ୍ଗୁନୀ- କୋର୍ଟ କଚେରୀ ମାମଲାରେ ଅଶୁଭ ଖବର ମିଳିପାରେ । ରାଜନିତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସଂମ୍ପର୍କ ବୃଦ୍ଧି ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ବୈବସାୟିକ ସ୍ଥିତି ଭଲ ରହିବା ସହ ପରିବହନରେ ଲାଭବାନ ହେବେ । ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର୍ୟ୍ୟକୁ ସମ୍ମାନର ସହ କରିପାରିବେ
ହସ୍ତା- ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ୟ୍ୟଦା ବୃଦ୍ଧି ପାଇବ
ଚିତ୍ରା- ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ସ୍ୱାତୀ- ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସହକର୍ମୀଙ୍କ କାର୍ୟ୍ୟରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହେବେ।
ବିଶାଖା- ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ । ରାଜନୀତିରେ ଚାପରେ ଗତିକରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ପାରିବାରିକ ଜୀବନରେ ମଧ୍ୟ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍ ହେବେ
ଅନୁରାଧା- ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ଅନଟନ ଦୂର ହେବ
ଜ୍ୟୋଷ୍ଠା- ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ତେଣୁ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ
ପୂ, ଷାଢା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ
ଉ, ଷାଢା- ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ। ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର
ଉ, ଷାଢା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ ।
ଶ୍ରବଣା- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ
ଧନିଷ୍ଠା- ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି
ଶତଭିଷା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ଚାକିରି କ୍ଷେତ୍ରରେ ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ
ପୂ, ଭାଦ୍ରପଦ- ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ
ପୂ, ଭାଦ୍ରପଦ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ଉ, ଭାଦ୍ରପଦ- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ
ରେବତୀ- ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ