ଆଉ ଏଥିରୁ ନିର୍ଗତ ହେଉଥିବା ଧୂଆଁ ପରିବେଶ ପ୍ରଦୂଷଣ କରିଥାଏ। ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତ୍ତମ ପ୍ରମୁଖ କାରଣ। ସୁସ୍ଥ ସମାଜ ଗଠନ କରିବାକୁ ହେଲେ ଆମ ପରିବେଶକୁ ସ୍ୱଚ୍ଛ ଏବଂ ନିର୍ମଳ ରଖିବାକୁ ପଡ଼ିବ। ମଣିଷ ଏବଂ ପରିବେଶ ମଧ୍ୟରେ ବହୁତ ଗଭୀର ସମ୍ପର୍କ ରହିଛି। ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ। ପରିବେଶ କ୍ରମାଗତ ଭାବରେ ଦୂଷିତ ହେଉଛି, ଯାହା ଆମ ଜୀବନରେ ଗଭୀର ପ୍ରଭାବ ପକାଉଛି । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ।ମିଳିତ ଜାତିସଂଘ ୧୯୭୨, ଜୁନ୍ ୫ରେରେ ବିଶ୍ୱ ପରିବେଶ ଦିବସ ପାଳନ ପାଇଁ ଏକ ବୈଠକ କରିଥିଲା। ଏହି ଦିବସ ସେତେବେଳ ସଫଳ ହେବ ଯେତେବେଳେ ସମସ୍ତେ ପରିବେଶର ଯତ୍ନ ନେବେ।
ପ୍ରତ୍ୟେକ ବ୍ୟକ୍ତିଙ୍କୁ ବୁଝିବାକୁ ପଡ଼ିବ ଯେ ପରିବେଶ ସୁସ୍ଥ ରହିଲେ ମଣିଷ ସୁସ୍ଥ ରହିବ। ସେଥି ପାଇଁ ଆମେ ଆଜି ଠାରୁ ଜିଲ୍ଲା ବ୍ୟାପି ଏକ ସଚେତନ ରଥ ବୁଲିବ ବୋଲି ଖଡ଼ିଆଳ ଡିଏଫଓ ଅଜିଜ ଖାନ କହିଛନ୍ତି । ଆଜିର କାର୍ଯ୍ୟକ୍ରମରେ ଖଡ଼ିଆଳ ନଗରବନ ଠାରେ ବୃକ୍ଷ ରୋପଣ କରି ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା । ଏହି ଅବସର ରେ ଅନ୍ୟ ମାନଙ୍କ ମଧ୍ୟରେ ଖଡ଼ିଆଳ ରେଞ୍ଜର ବନ୍ଦିତା ବଡ଼ନାଏକ, ଫରେଷ୍ଟର କନ୍ଦର୍ପ ସୁନାନୀ, ନରେଶ ଦଣ୍ଡସେନା ଙ୍କ ସମେତ ଖଡ଼ିଆଳ ଡ଼ିଭିଜନ ର ସମସ୍ତ ବନ କର୍ମଚାରୀ ଉପସ୍ଥିତ ରହିଥିଲେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର: