ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଗିଲାଜୁଡି ଗ୍ରାମରେ ଅଘଟଣ । ସାନ ଭାଇର କଟୁରି ଚୋଟରେ ବଡ ଭାଇ ମୃତ ।
ଅଭିଯୁକ୍ତ ଶୁକ୍ରା ରାଉତ ହତ୍ୟା ପରେ ପଦାରେ ଗାତ କରି ପୋତିବା ସମୟରେ ଗ୍ରାମବାସୀ ଜାଣିବାକୁ ପାଇ ଅଭିଯୁକ୍ତ ଶୁକ୍ରା ରାଉତକୁ ଅଟକ ରଖି ପୋଲିସରେ ଜିମା ଦେଇଥିଲେ । ମୃତକ ଜଣକ ହେଲେ ରବୀନ୍ଦ୍ର ରାଉତ ।
ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହ କାରଣ ହୋଇପାରେ ବୋଲି ଅନୁମାନ କରାଯାଉଛି । ତେବେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।
ଅର୍ଗସ ବ୍ୟୁରୋ: ପର୍ଯ୍ୟଟନରେ ରେକର୍ଡ କଲା କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ-କାଶ୍ମୀର । ଚଳିତ ବର୍ଷ ୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି । ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ସ୍ଥାନରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଯାହାର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ପ୍ରତି ଶିକ୍ଷାନୁଷ୍ଠାନରେ “ଯୁବ ପର୍ଯ୍ୟଟନ କ୍ଲବ” ପ୍ରତିଷ୍ଠା କରିବାକୁ ଚେଷ୍ଟା କରୁଛନ୍ତି ।
ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ୩୫ ହଜାର କ୍ଲବ ପ୍ରତିଷ୍ଠା ହୋଇଥିବା ସେ କହିଛନ୍ତି । ପୂର୍ବରୁ ଉତ୍ତର-ପୂର୍ବରେ ରେଳ, ସଡ଼କ ଓ ବିମାନ ସଂଯୋଗ ପର୍ଯ୍ୟାପ୍ତ ନଥିଲା । କିନ୍ତୁ ବର୍ତ୍ତମାନ କେନ୍ଦ୍ର ସରକାର ଏହି ଅଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ବ ଦେଉଥିବାରୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢିଛି । ଉତ୍ତର-ପୂର୍ବରେ ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ୯ ବର୍ଷରେ ୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥିବା କହିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ଭୁରି ଭୁରି ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ । ସେ କହିଛନ୍ତି ଅଗ୍ନିପଥ ଯୋଜନା ହେଉଛି ଏଭଳି ଏକ ଯୋଜନା ଯାହା ସେନାର ସବୁ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳ ଯୁକ୍ତ ଯୁବକମାନଙ୍କୁ ସାମିଲ ହେବା ପାଇଁ ସୁଯୋଗ ପ୍ରଦାନ କରିଛି । ପୁଣେର ମିଲିଟାରୀ ଇଞ୍ଜିନିୟରିଂ କଲେଜର ସମାବର୍ତ୍ତନ ସମାରୋହରେ ଯୋଗଦେବା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଏହା କହିଛନ୍ତି ଜେନେରାଲ ମନୋଜ ପାଣ୍ଡେ । ଅଗ୍ନିବୀର ମାନଙ୍କୁ ପ୍ରଶିକ୍ଷଣ ଦେବାରେ ସେନା ଅଧୀକାରୀମାନଙ୍କ କାର୍ଯ୍ୟକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ଦେଶର ଅର୍ଥନୀତି ପାଇଁ ଖୁସି ଖବର । ଦ୍ବିତୀୟ କ୍ବାର୍ଟରରେ ଅଭିବୃଦ୍ଧି ହାର ବହୁତ ଭଲ ରହିଛି । ଯାହାକି ବିଶ୍ବର ସର୍ବୋଚ୍ଚ । ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବାର ଏହି ଗତିକୁ ନିରନ୍ତର ବଜାୟ ରଖାଯାଉଥିବା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ରାଜ୍ୟସଭାରେ ଦେଶର ଅର୍ଥନୈତିକ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ଏହା କହିଛନ୍ତି ଅର୍ଥମନ୍ତ୍ରୀ ।
ଚଳିତ ଆର୍ଥିକ ବର୍ଷର ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଜିଡିପି ଅଭିବୃଦ୍ଧି 7.6 ପ୍ରତିଶତ ବୃଦ୍ଧି ପାଇଛି । ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ଭାରତର ଜିଡିପି ଅଭିବୃଦ୍ଧି 7.8 ପ୍ରତିଶତ ବୃଦ୍ଧି ପାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ମେକ ଇନ ଇଣ୍ଡିଆ ପୋଗ୍ରାମ ଏବଂ ଅନ୍ୟ ଯୋଜନା ପାଇଁ ଦେଶରେ ଉତ୍ପାଦନ ବଢ଼ିଛି । ଦେଶ ଅର୍ଥନୀତିରେ ଏହି ଉତ୍ପାଦନର ଯୋଗଦାନ ୧୩.୯ ପ୍ରତିଶତ ଥିବା ସେ କହିଛନ୍ତି । ସେପଟେ 2026 ସୁଦ୍ଧା ଦେଶର ଜିଡିପିରେ ଡିଜିଟାଲ ଇକୋନୋମିର 20 ପ୍ରତିଶତ ଅବଦାନ ରହିବ।
ଅଧିକ ପଢ଼ନ୍ତୁ ଦେଶ ଖବର: