୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସେଠାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଘଟଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏହି ଘଟଣାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ଗୋଦାବରୀ ଢାବା ନିକଟରେ ପିକଅପ ଭ୍ୟାନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ନିକଟସ୍ଥ ଟିକିରା ଗ୍ରାମର ରାବଣ ନାଏକ ଓରଫ୍ ପୋଲିସ ବୋଲି ଜଣାପଡିଛି। ସେ ରାସ୍ତା କଡ଼ରେ ଚାଲିଚାଲି ଯାଉଥିବା ସମୟରେ ଘଟଗାଁ ରୁ କେନ୍ଦୁଝର ଅଭିମୁଖେ ଦ୍ରୂତ ଗତିରେ ଯାଉଥିବା ଏକ ପିକଅପ ଭ୍ୟାନ ତାଙ୍କୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା ।
୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସେଠାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଘଟଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏହି ଘଟଣାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
ଅର୍ଗସ ବ୍ୟୁରୋ : ଜନଜାତି କ୍ରୀଡ଼ାବିତଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାରେ ‘ଜନଜାତି ଖେଳ ମହୋତ୍ସବ’ ଅନ୍ୟ ଏକ ମାଧ୍ୟମ ହେବ ବୋଲି ଶୁକ୍ରବାର ଭୁବନେଶ୍ୱର ଠାରେ ଭାରତ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଅଧିକ ପଢନ୍ତୁ : 'ଦିଲ୍ଲୀପ ଶତପଥୀ ମେମୋରିଆଲ ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
ଶ୍ରୀ ପ୍ରଧାନ କହିଛନ୍ତି ଯେ ଜନଜାତୀୟ ଖେଳ ପରମ୍ପରା ଏବଂ ଜନଜାତି ଯୁବକଙ୍କ ମଧ୍ୟରେ ଖେଳକୁ ଆଗକୁ ନେବା ପାଇଁ ଏହି ଉଦ୍ୟମ ପ୍ରଶଂସନୀୟ । ଜନଜାତୀୟ ଖେଳ ମହୋତ୍ସବରେ ସବୁ ରାଜ୍ୟରୁ ଯୁବକ ଯୁବତୀମାନେ ଅଂଶଗ୍ରହଣ କରିବା ଏକ- ଭାରତ ଶ୍ରେଷ୍ଠ ଭାରତର ପରିକଳ୍ପନାକୁ ଦର୍ଶାଉଛି । ଏଥିରେ ଅଂଶଗ୍ରହଣ କରୁଥିବା ଯୁବ ଶକ୍ତି କେବଳ ଖେଳାଳି ନୁହେଁ ବରଂ ସାଂସ୍କୃତିକ ଆମ୍ବାସେଡର ମଧ୍ୟ । ଓଡ଼ିଶାରେ ଜନଜାତି ସମାଜ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବହୁତ ଗଭୀର ସମ୍ପର୍କ ରହିଛି । ଆମର ଜନଜାତୀୟ ସମାଜ ଖେଳରେ ଅଭୂତପୂର୍ବ ପ୍ରଦର୍ଶନ ଦଖାଇବା ସହ ସବୁବେଳେ ଦେଶକୁ ଗୌରବାନ୍ୱିତ କରିଛନ୍ତି ।
ରାଷ୍ଟ୍ରୀୟ ଶିକ୍ଷା ନୀତି ଉଭୟ ଖେଳ ଏବଂ ପାଠପଢାକୁ ଗୁରୁତ୍ୱ ଦେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରୋତ୍ସାହନ କାରଣରୁ ହିଁ ଆଜି ଦେଶରେ ‘ଖେଲୋଗେ ତୋ ଖିଲୋଗେ’ ଭଳି ମାହୋଲ ତିଆରି ହୋଇଛି । ବ୍ୟକ୍ତିର ସାମଗ୍ରିକ ବିକାଶ ପାଇଁ ଖେଳର ବହୁତ ବଡ ଆବଶ୍ୟକତା ଅଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆମେ ଖେଳ ଓ କୌଶଳ ବିକାଶକୁ ଆଗେଇ ନେବା ଏବଂ ପାଠପଢା ସହ ରୋଜଗାର କରିବା ପାଇଁ ଅନେକ ନୀତି ତିଆରି ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।