ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ଥିଲେ। ବିଜେପି କର୍ମୀଙ୍କୁ ମାଡ଼ ମରାଯାଇଥିବା ପ୍ରତିବାଦରେ ଗାଁ ଦାଣ୍ଡରେ ଆଶ୍ରିତ ପଟ୍ଟନାୟକଙ୍କ ସମେତ ରାଲିରେ ଥିବା ସମସ୍ତ ଦଳୀୟ କର୍ମୀ ଧାରଣାରେ ବସିଥିବା ଜଣାପଡ଼ିଛି। ଅନ୍ୟପକ୍ଷେ, ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି।
ପୁରୀ: ପିପିଲିରେ ନିର୍ବାଚନ ପ୍ରଚାର ବେଳେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ପିପିଲି ଥାନା ଅନ୍ତର୍ଗତ ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି।
ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ଥିଲେ। ବିଜେପି କର୍ମୀଙ୍କୁ ମାଡ଼ ମରାଯାଇଥିବା ପ୍ରତିବାଦରେ ଗାଁ ଦାଣ୍ଡରେ ଆଶ୍ରିତ ପଟ୍ଟନାୟକଙ୍କ ସମେତ ରାଲିରେ ଥିବା ସମସ୍ତ ଦଳୀୟ କର୍ମୀ ଧାରଣାରେ ବସିଥିବା ଜଣାପଡ଼ିଛି। ଅନ୍ୟପକ୍ଷେ, ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି