ଅଧିକ ପଢ଼ନ୍ତୁ ଖେଳ ଖବର:
ଅର୍ଗସ ବ୍ୟୁରୋ: ଆଜି ଭାରତ-ନେଦରଲାଣ୍ଡ ୱାର୍ମ ଅପ୍ ମୁକାବିଲା । କେରଳର ଥିରୁବନ୍ତପୁରମ୍ରେ ଖେଳାଯିବ ମ୍ୟାଚ୍ । ପ୍ରଥମ ୱାର୍ମ ଅପ୍ ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହୋଇଥିଲା । ଆଜିର ମ୍ୟାଚ୍ରେ ଅଧିକାଂଶ ଖେଳାଳିଙ୍କୁ ସୁଯୋଗ ମିଳିବାର ସମ୍ଭାବନା ରହିଛି । ଆଉ ମାତ୍ର ୪୮ ଘଣ୍ଟା ପରେ ଆରମ୍ଭ ହେବ ବିଶ୍ବକପ୍ ମହାକୁମ୍ଭ । ଅନ୍ୟପଟେ ଆଫଗାନିସ୍ତାନ-ଶ୍ରୀଲଙ୍କା ଓ ଅଷ୍ଟ୍ରେଲିଆ-ପାକିସ୍ତାନ ମଧ୍ୟରେ ପରବର୍ତ୍ତୀ ୱାର୍ମ ଅପ୍ ମ୍ୟାଚ୍ ଖେଳାଯିବ।
ଅଧିକ ପଢ଼ନ୍ତୁ ଖେଳ ଖବର:
ଅର୍ଗସ ବ୍ୟୁରୋ: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: