କରୋନା ମହାମାରୀ କାରଣରୁ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଓ୍ଵେଷ୍ଟଇଣ୍ଡି ଟି-୨୦ ମ୍ୟାଚ୍ ଖେଳାଯାଇ ପାରିନଥିଲା ମାତ୍ରା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ବିସିସିଆଇ ଆୟୋଜନସ୍ଥଳ ଘୋଷଣା କରିଛି।
ଏଥିରୁ ଗୋଟିଏ ମ୍ୟାଚ୍ କଟକର ବାରବାଟୀରେ ଖେଳାଯିବ।ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ୍ ଆଇପିଏଲ ୨୦୨୨ ପରେ ଜୁନରେ 9 ରୁ19 ମଧ୍ୟରେ ରହିଛି ମ୍ୟାଚ । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍ର ଟି-୨୦ ସିରିଜ୍ ପାଞ୍ଚଟି ସ୍ଥାନରେ ଖେଳାଯିବ। ଟି-୨୦ ସିରିଜ୍ କଟକ, ବିଶାଖାପଟ୍ଟନମ, ଦିଲ୍ଲୀ, ରାଜକୋଟ ଏବଂ ଚେନ୍ନାଇରେ ଖେଳାଯିବ।