ଏହି ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ଡକ୍ଟର ସାହୁ କହିଛନ୍ତି ଯେ ଜୁନ୍ ୨ ତାରିଖ ରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍ସିୟସ୍ ରୁ କମ୍ ଏବଂ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍ ରହିବ । ଉତ୍ତର ଆରବ ସାଗରରେ ଆଣ୍ଟିସାଇକ୍ଲୋନ୍ ଓ ବଙ୍ଗୋପସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର