ଅଧିକ ପଢନ୍ତୁ : ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।