ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ଉତ୍ତର ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ ରୁ ୫୦ କିମି ବେଗରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଜାରି କରିଛି ପାଣିପାଗ ବିଭାଗ। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ। ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୨ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ। ଆଜି ଭୁବନେଶ୍ଵରରେ ପାଗ ଶୁଖିଲା ରହିବା ସହ ଦିନ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହେବାର ସମ୍ଭାବନା ରହିଛି।
ଅଧିକ ପାଣିପାଗ ସମ୍ପର୍କିତ ଖବର ପଢ଼ନ୍ତୁ