ଲୋକେ ଯିବା ଆସିବା କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସକାଳ ଆଠଟା ଯାଏଁ ଘନ କୁହୁଡ଼ିର ଆସ୍ତରଣ ଥିବାରୁ ଲୋକେ ପ୍ରାତଃଭ୍ରମଣ ଓ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଯାଇ ପାରୁନାହାନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
ଅର୍ଗସ ବ୍ୟୁରୋ: କିଛିଦିନ ପାଣିପାଗର ପରିବର୍ତ୍ତନ ଯୋଗୁ ଚାରିଆଡେ ରାତି ୧୧ଟା ପରେ ଘନକୁହୁଡ଼ି ଛାଇଯାଉଥିବାର ପରିଲକ୍ଷିତ ହେଉଛି । ଆଜି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ଘନ କୁହୁଡି ଯୋଗୁଁ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଏଭଳି କୁହୁଡ଼ି ହେଲେ ଦୁର୍ଘଟଣା ଘଟିବାର ସମ୍ଭାବନା ବି ରହିଛି।
ଲୋକେ ଯିବା ଆସିବା କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସକାଳ ଆଠଟା ଯାଏଁ ଘନ କୁହୁଡ଼ିର ଆସ୍ତରଣ ଥିବାରୁ ଲୋକେ ପ୍ରାତଃଭ୍ରମଣ ଓ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଯାଇ ପାରୁନାହାନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
ନୂଆଦିଲ୍ଲୀ/ଭୁବନେଶ୍ୱର: ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦିଲ୍ଲୀସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା। ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା।
ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ଦର୍ଶାଯାଇଥିଲା କି, ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଭବନ ବିଲ୍ଡିଂ ପିଲର ଗୁଡିକରେ ଫାଟ ଦେଖାଯାଉଛି ଯାହା ଅର୍ଗସ କ୍ୟାମେରା ରେ କଏଦ ହୋଇଛି। ଛାତ ଠୁ ସିଡି ପର୍ଯ୍ୟନ୍ତ ସବୁଠି ଫାଟ।
ଅଧିକ ପଢନ୍ତୁ ଓଡ଼ିଶା ଖବର