ଅଧିକ ପଢନ୍ତୁ : ଆସନ୍ତା ୪୮ ଘଣ୍ଟାରେ ନେବ ଲଘୁଚାପର ରୂପ !
ତେବେ ୨୭ ରେ ଵର୍ଷାର ପରିମାଣ ସାମାନ୍ୟ କମିବା ସହ ପୁଣି ୨୮ ରୁ ଛେଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କାରଣ ୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ।ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ସିରିଜ ଲଘୁଚାପକୁ ନେଇ ସମୁଦ୍ର ମଧ୍ୟରେ ପବନର ବେଗ ଅଧିକ ରହିବ। ତେଣୁ ଅଶାନ୍ତ ହେବ ସମୁଦ୍ର ଏହାକୁ ନେଇ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମନା। ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ସର୍ବାଧିକ ବର୍ଷା ବାଲେଶ୍ୱର ର ଖଇରାରେ ୯୭.୦୦ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୭୬୪.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୮୪୫ . ୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରେ ସବୁଠୁ କମ ବର୍ଷା ରେକର୍ଡ ହୋଇଛି ।