ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୬ ଘଣ୍ଟାରେ ଅବପାତର ରୂପ ନେଇପାରେ । ୭ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୮ ତାରିଖ ସକାଳେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ସ୍ଥଳଭାଗ ସ୍ପର୍ଶ କରିପାରେ । ତେବେ ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବନି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ହାଲୁକାକୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଆଗାମୀ ୩ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି।
ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଗଭୀର ଅବପାତ

ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ଗଭୀର ଅବପାତ । ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏହା ସକ୍ରିୟ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପନେବା ସମ୍ଭାବନା ଅଛି । ବାତ୍ୟା ପ୍ରଭାବରେ ୧୦ ଓ ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ବର୍ଷା ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Download Argus News App
