୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ସତର୍କ କରାଇଛି ପାଣିପାଗ କେନ୍ଦ୍ର । ସେହିଭଳି ୩୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ୧୪ଟି ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚିବ । ୩୧ ତାରିଖରେ ସାରା ରାଜ୍ୟରେ ସର୍ବାଧିକ ପ୍ରଭାବ ପକାଇବ ପଶ୍ଚିମା ଝଡ଼। ପ୍ରବଳ ବର୍ଷା ସହ କିଛି ସ୍ଥାନର ଝଡ ତୋଫାନ ହେବା ନେଇ ୧୬ଟି ଜିଲ୍ଲାକୁ ସତର୍କ କରାଯାଇଛି । ଅଧିକାଂଶ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏଭଳି ବର୍ଷା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପାଣିପାଗ କେନ୍ଦ୍ରର ସତର୍କତା ପରେ ପରିସ୍ଥିତିର ମୁକାବିଲା ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।