ତେବେ ଏହି ଘୂର୍ଣ୍ଣିବଳୟ ଚିତ୍ର ସ୍ପଷ୍ଟ ହୋଇ ନଥିବାରୁ, ଏହା ସୃଷ୍ଟି ହେବା ପରେ ଯାଇ କେଉଁ ଦିଗରେ ଗତି କରିବ ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି । ଆଇଏମ୍ଡି ଜିଏଫ୍ଏସ୍ ମଡେଲ ଅନୁସାରେ ୨୧ତାରିଖରେ ତାମିଲନାଡୁ ନିକଟରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ୨୩/୨୪ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ରୂପନେବ । ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ବାଂଲାଦେଶ-ମିଆଁମାର ମୁହାଁ ହେବ ବୋଲି ଆକଳନ କରାଯାଇଛି ।
ଅଧିକ ପଢନ୍ତୁ ପାଣିପାଗ ଖବର
ତେବେ ଜିଏଫଏସ(ଆମେରିକୀୟ ମଡେଲ) ଅନୁଯାୟୀ ୨୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପ ଏବଂ ୩୬ ଘଣ୍ଟା ପରେ ଅବପାତରେ ପରିଣତ ହୋଇପାରେ । ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ, ଯାହାକି ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ମୁହାଁ ହୋଇପାରେ ବୋଲି ଜଣା ପଡିଛି ।