ଅର୍ଗସ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜିଲ୍ଲାକୁ ଅରେଞ୍ଜ ସହ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହେବା ସହ ଶକ୍ତିଶାଳୀ ହୋଇଛି।
ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ଟ୍ବିନ୍-ସିଟିରେ ପ୍ରବଳ ଧରଣର ବର୍ଷା ହେବାନେଇ ଅନୁମାନ କରାଯାଇଛି ।
ଅଧିକ ପଢ଼ନ୍ତୁ ପାଣିପାଗ ଖବର