ବିଧାୟକମାନେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଗୋଟିଏ ସଂକଳ୍ପ ପାରିତ କରିଛନ୍ତି। ସଂକଳ୍ପ ପତ୍ରରେ ମୁଖ୍ୟମନ୍ତ୍ରୀ ବାଛିବା ନିଷ୍ପତ୍ତି କଂଗ୍ରେସ ହାଇକମାଣ୍ଡଙ୍କ ଉପରେ ଛଡ଼ା ଯାଇଛି। ହାଇକମାଣ୍ତ ଯାହାକୁ ବାଛିବେ, ସେ ହିଁ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ବିଧାୟକ ଦଳ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରବଳ ଦାବିଦାବର ଥିବା ୪ ନେତା ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏମାନଙ୍କ ମଧ୍ୟରୁ ସବୁଠାରୁ ଆଗରେ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ବୀରଭଦ୍ର ସିଂହଙ୍କ ପତ୍ନୀ ପ୍ରତିଭା ସିଂହ।
ରାଜନୀତି ଖବର ଆହୁରି ପଢନ୍ତୁ