Budget 2025-26; ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି

2025-26 ଆର୍ଥିକ ବର୍ଷ ପାଇଁ 2 ଲକ୍ଷ 90 ହଜାର କୋଟିର ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ କୃଷି ପାଇଁ ୩୭ ହଜାର ୮୦୦କୋଟି ବ୍ୟୟ ଅଟକଳ ହୋଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ୍ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ସେହିପରି ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ରଖାଯାଇଛି।
ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି
ମିଲେଟ ପାଇଁ ଏମ୍ଏସ୍ପି ୪୨୯୦ ଟଙ୍କା ବାଦ ଅଧିକ ୨ ଶହ ଟଙ୍କା ମିଳିବ
ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ଅଟକଳ ରହିଛି
📱 Get Argus News App
✨ହୀରାକୁଦ ଡ୍ୟାମ୍ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ହେବ
ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ଖର୍ଚ୍ଚ ହେବ
୫୭ କୋଟି ନଳକୂପ ଗୁଡ଼ିକ ପାଇଁ ବଜେଟ୍ରେ ୧୧୫୦ କୋଟି ରହିଛି
ମତ୍ସ୍ୟ, ପଶୁପାଳନ ପାଇଁ ୧୯୦୯ କୋଟି
ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ ରଖାଯାଇଛି
ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ ହେବ
ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି
ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।