ଆଜି ଏତିକି ବଢ଼ିଛି ସୁନା ଦର...

ଅର୍ଗସ ବ୍ୟୁରୋ: ସୁନା ଓ ରୂପା ଦର ଆଜି କେତେ ରହିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୭୨,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୭୯,୨୧୦ ଟଙ୍କା ରହିଛି ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ସାମାନ୍ୟ ବୃଦ୍ଧି ପାଇଛି । ଶୁକ୍ରବାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ଦର ୭୨,୬୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୭୯,୨୧୦ ଟଙ୍କା ରହିଛି । ଆଜି ଗତ କାଲି ଅପେକ୍ଷା ସୁନା ଦର ବଢ଼ିଥିବା ସୂଚନା ରହିଛି। ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜିର ଦର ଉପରେ।
📱 Get Argus News App
✨ଅଧିକ ପଢ଼ନ୍ତୁ ଦେଶ ଖବର: