Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅଭାବନୀୟ ଘଟଣା: ହାତୁଡିରେ ପିଟି ସାଙ୍ଗ ନେଲା ସାଙ୍ଗର ଜୀବନ

Crime

ଅଭାବନୀୟ ଘଟଣା: ହାତୁଡିରେ ପିଟି ସାଙ୍ଗ ନେଲା ସାଙ୍ଗର ଜୀବନ

Ritu Das
Browse all articles by Ritu Das
·1 year ago·2 min read
ଅଭାବନୀୟ ଘଟଣା: ହାତୁଡିରେ ପିଟି ସାଙ୍ଗ ନେଲା ସାଙ୍ଗର ଜୀବନ

କେନ୍ଦୁଝର ଜିଲ୍ଲା ଯୋଡ଼ା ପୌରାଞ୍ଚଳ ୬ ନଂ ୱାର୍ଡ଼ ବାଚୁ ହଟିଂ ଅଞ୍ଚଳରେ ଅଭାବନୀୟ ଘଟଣା । ହାତୁଡିରେ ପିଟି ସାଙ୍ଗ ନେଲା ସାଙ୍ଗର ଜୀବନ । ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ଭାଗବତ ବେଶ୍ରା ଓ ଗୁରୁତର ବ୍ୟକ୍ତି ଜଣକ ହେଲେ ଦଶରଥ କାରୂଆ। ଦଶରଥଙ୍କ ମୁଣ୍ଡ ଫାଟିବା ସହ ଦାନ୍ତ ଭାଙ୍ଗିଯାଇଛି। ହତ୍ୟାକାରୀ ସାଙ୍ଗ ଘଟଣାସ୍ଥଳରୁ ଫେରାର ମାରିଛି। ଯୋଡ଼ା ପୋଲିସ ସେଠାରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମକୁ ଡକାଯାଇଛି । ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ ।


ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇଆସି ଅଳ୍ପ କିଛି ଦୂରରେ ରହୁଥିବା ଅଭିଯୁକ୍ତ ସାଙ୍ଗ ଦୁର୍ଗା ନାଏକଙ୍କ ଘରେ ରହିଆସୁଥିଲେ । ତେବେ ସକାଳୁ ଘର ଭିତରେ ଭାଗବତଙ୍କ ରକ୍ତ ଜୂଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ । ସେପଟେ ଆହତ ବ୍ୟକ୍ତି ଦଶରଥ କାରୁଆଙ୍କ କହିବା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଦୁର୍ଗା ନାଏକ ମଦ ଆଣିବାକୁ ଯାଇଥିବା ବେଳେ ସେ ଏବଂ ଭାଗବତ ବେଶ୍ରା ରୋଷେଇ କରୁଥିଲେ। ପାଖାପାଖି ୮ ଟା ସମୟରେ ଦୁର୍ଗା ନିଶାରେ ଚୁର ହୋଇ ମଦ ନେଇ ଫେରିବା ପରେ ହଠାତ୍ ଏକ ହାତୁଡ଼ି ନେଇ ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏହାପରେ ଭାଗବତଙ୍କୁ ମଧ୍ୟ ଆକ୍ରମଣ କରିଥିଲା ଦୁର୍ଗା । ତେବେ ସେଠାରୁ ଜୀବନ ନେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ ଦଶରଥ। ହତ୍ୟାକାରୀ ଅଭିଯୁକ୍ତ ଦୁର୍ଗା ନାଏକ ଫେରାର ହୋଇଯାଇଛି । ପ୍ରାୟ ୫ ବର୍ଷ ତଳେ ଦୁର୍ଗା ନିଜ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ଜେଲ୍ ମଧ୍ୟ ଯାଇଥିଲେ । ଅନ୍ୟ ପୋଲିସ୍ ଅଧିକାରୀଙ୍କ ସହ ବଡ଼ବିଲ ଆଡ଼ିସନାଲ ଏସପି ପ୍ରତ୍ୟୁଷ ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତେବେ ପ୍ରକୃତରେ କାଲି ରାତିରେ କ'ଣ ଘଟିଥିଲା । ହଠାତ୍ କାହିଁକି ଉତକ୍ଷିପ୍ତ ହୋଇ ଉଠିଲା ଦୁର୍ଗା । ଏସବୁକୁ ନେଇ ପୋଲିସ୍ ତଦନ୍ତ ଚଳାଇବା ସହ ଫେରାର ଅଭିଯୁକ୍ତ ସାଙ୍ଗ ଦୁର୍ଗା ନାଏକକୁ ଧରିବା ପାଇଁ ତନାଘନା ଚଳାଇଛି ଯୋଡ଼ା ପୋଲିସ୍।

Education Next Season 5
Sponsored
Unfortunate incident: friend life was taken by beating him with a hammer | Argus News