Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବାଲିଅନ୍ତା ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Crime

Balianta Murder Case / ବାଲିଅନ୍ତା ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·1 min read
ବାଲିଅନ୍ତା ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Balianta Murder Case

Key Points

ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
କ୍ରାଇମ୍‌ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଏଭଳି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ, ସେଥିପାଇଁ ଡିଜିପିଙ୍କୁ ତାଗିଦ୍
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ବାଲିଅନ୍ତା ମବ୍‌ ଲିଞ୍ଚିଙ୍ଗ୍ ଘଟଣାରେ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ କ୍ଷୁବ୍ଧ । କ୍ରାଇମ୍‌ବ୍ରାଞ୍ଚ ଦ୍ୱାରା ସଠିକ୍ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ, ସେଥିପାଇଁ ଡିଜିପିଙ୍କୁ କଡ଼ା ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍‌ବ୍ରାଞ୍ଚ୍‌ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।


ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ଡିଜି ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏ.ଡି.ଜି କ୍ରାଇମବ୍ରାଞ୍ଚ୍ ବିନୟତୋଷ ମିଶ୍ର, ପୋଲିସ କମିଶନର ଏସ. ଦେବଦତ୍ତ ସିଂହ ଏବଂ ଡିସିପି ଜଗମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Balianta Mob Lynching Case: Odisha CM Orders Crime Branch Probe | Argus News