Videos
|
Crime

୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଡାକ୍ତର

Smruti Parija
Browse all articles by Smruti Parija
·1 year ago
୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଡାକ୍ତର

Key Points

ଲାଞ୍ଚ ନେଇ ଧରା ପଡିଲେ ଡାକ୍ତର

୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

କ୍ଲିନିକରୁ ଡାକ୍ତରଙ୍କୁ ଗିରଫ କଲା ଭିଜିଲାନ୍ସ

ଲାଞ୍ଚ ନେଇ ଧରା ପଡିଲେ ଡାକ୍ତର । ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ହାତରେ ଧରା ପଡିଛନ୍ତି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଶିବ ପ୍ରସାଦ ସେଠୀ । ପୋଷ୍ଟ ମର୍ଟମ ରିପୋର୍ଟ ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ତାଙ୍କୁ ଧରିଛି ଭିଜିଲାନ୍ସ । ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ତାଙ୍କ ମୃତ ପତ୍ନୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବା ପାଇଁ ଲାଞ୍ଚ ମାଗିଥିଲେ । ଅନ୍ୟ କୌଣସି ଉପାୟ ନପାଇ, ଅଭିଯୋଗକାରୀ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ । ଏହା ପରେ ଭିଜିଲାନ୍ସ ଟିମ୍ କଟକରେ ଥିବା କ୍ଲିନିକରୁ ଡାକ୍ତରଙ୍କୁ ଗିରଫ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
doctor-caught-taking-bribe-of-rs-10000 | Argus News