Videos
|
Crime

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ଘଟଣା; ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ

Smruti Parija
Browse all articles by Smruti Parija
·1 year ago·1 min read

Key Points

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ୍ ବୋମା ଘଟଣା

ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କଲେ ଏଡିଜେ କୋର୍ଟ

 ବହୁଚର୍ଚ୍ଚିତ ପାଟଣାଗଡ଼ 'ପାର୍ସଲ୍ ବୋମା' ଶୁଣାଣି ହୋଇଛି । ପାଟଣାଗଡ ପାର୍ସଲ ବୋମା ଘଟଣାରେ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କଲେ ଏଡିଜେ କୋର୍ଟ । ତେବେ ତାଙ୍କୁ କୋର୍ଟ କେଉଁ ଦଣ୍ଡରେ ଦଣ୍ଡିତ କରିବେ ତାହା କିଛି ସମୟ ପରେ ଜଣାପଡିବ । 



୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ରେ ଘଟିଥିଲା ପାର୍ସଲ ବୋମା ବିସ୍ଫୋରଣ । ବିସ୍ଫୋରଣରେ ନବ ବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ବୃତିଗତ ଶତ୍ରୁତାକୁ କେନ୍ଦ୍ରକରି ଅଧ୍ୟାପକ ପୁଞ୍ଜିଲାଲ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲେ I

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା । ପୁଞ୍ଜିଲାଲ ବିବାହ ଉପହାର ଭାବେ ଏକ ଗିଫ୍ଟ ଦେଇଥିଲା । ୨୩ ତାରିଖ ଦିନ ପାର୍ସଲ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା I ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେମା’ଙ୍କ ମୃତ୍ୟୁ ଘଟିଥିଲା । ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ । ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା । ତେବେ କୋଟରେ ଉଭୟ ପକ୍ଷଙ୍କ ଯୁକ୍ତି ସରିଥିବାବେଳେ ଆଜି ଆସିଛି ରାୟ ।

patnagarh-parcel-bomb-incident-punjilal-meher-found-guilty | Argus News