Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Devotion

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନିତି ଅନୁଷ୍ଠିତ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନିତି ଅନୁଷ୍ଠିତ

ଅର୍ଗସ ବ୍ୟୁରୋ : ଆଜି ଆଶ୍ବିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ  ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  ।

ଅଧିକ ପଢନ୍ତୁ : ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ  । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ପ୍ରାୟ ଅପରାହ୍ନ ୫ ଟା ରୁ  ରାତି 9 ଟା ପର୍ଯ୍ୟନ୍ତ  ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି   | ବନକଲାଗି ନିତି ପରେ  ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର  ଦର୍ଶନ ଆରମ୍ଭ ହେବ |

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
puri lord jagannath darshan will be closed today from around 5 pm to 9 pm | Argus News