ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
·1 year ago·1 min read

ଅର୍ଗସ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ଅଧିକ ପଢନ୍ତୁ : ଆଜି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ପ୍ରାୟ ସନ୍ଧ୍ୟା ୫ ଟା ରୁ ରାତି ୯ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି | ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: