Lord Jagannath / ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ଦେବଦୀପାବଳି ନୀତି
·9 months ago·2 min read

Key Points
ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହେବ ଦେବଦୀପାବଳି ନୀତି
୩ଦିନ ବ୍ୟାପୀ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ ସହ ଶ୍ରାଦ୍ଧ ନୀତି
ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପଦାନ

ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହେବ। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ତେବେ ଆସନ୍ତାକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି ।
ଏଥିସହ ପଢ଼ନ୍ତୁ: ଶ୍ରୀମନ୍ଦିର ସମ୍ମୁଖରେ ଲାଗିବ ହଜାର ହଜାର ଦୀପ, ଫୁଲରେ ସୁସଜ୍ଜିତ ହେବ ସିଂହଦ୍ୱା
ଆଜିଠୁ ଦେବ ଦୀପାବଳୀ ମହୋତ୍ସବ । ଶ୍ରୀମନ୍ଦିର ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ରଙ୍କ ଆୟୋଜନରେ 3 ଦିନ ଧରି ଚାଲିବ ଉତ୍ସବ। ୧୯ ନଭେମ୍ବରରୁ ୨୧ ନଭେମ୍ବର ପର୍ଯ୍ୟନ୍ତ ସିଂହଦ୍ଵାର ନିକଟ ଏମାର ମଠ ସମ୍ମୁଖରେ ହେବ ଦୀପଦାନ । ଶ୍ରୀମନ୍ଦିର ରୀତିନୀତି ଓ ପରମ୍ପରାର ପୁନରୁଦ୍ଧାର ତଥା ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ଜଗନ୍ନାଥ ସେବା ସଂସ୍ଥାନ ଆନୁକୁଲ୍ୟରେ ଏହି ତିନିଦିନ ବ୍ୟାପୀ ଦେବଦୀପାବଳୀ ମହୋତ୍ସବ ଆୟୋଜନ କରାଯାଇଛି ।
ଶ୍ରାଦ୍ଧ ସମୟରେ ଶ୍ରୀଜଗନ୍ନାଥ ପିନ୍ଧୁଥିବା ବସ୍ତ୍ରକୁ କାଶୀଧଡ଼ିଆ ବସ୍ତ୍ର କୁହାଯାଏ । ଏହାର ରଙ୍ଗ ଶ୍ୱେତବର୍ଣ୍ଣ ଓ ଧଡ଼ିରେ ବଡ଼ ବଡ଼ କୁମ୍ଭମାନ ପଡ଼ିଥାଏ । ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଚିତ୍ତାକର୍ଷକ ଶ୍ରାଦ୍ଧବେଶରେ ସଜ୍ଜିତ କରିଥାନ୍ତି । ଏହି ଅବସରରେ ଠାକୁରମାନେ ନଳିଭୂଜ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ତଡ଼ଗି, ହରିଡ଼ାଶାଳି ପ୍ରଭୃତି ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଶ୍ରୀଜୀଉଙ୍କ ଶ୍ରାଦ୍ଧ ଦୀପାବଳି କଣ ?
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଅମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି । ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବଦୀପାବଳି କୁହାଯାଏ ।
ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର:

Related Topics
Explore more stories