Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Devotion

ଆଜି ମହାପ୍ରଭୁଙ୍କୁ ଖଡିପ୍ରସାଦ ବିଜେ ସହ ବନକଲାଗି ନୀତି

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜି ମହାପ୍ରଭୁଙ୍କୁ ଖଡିପ୍ରସାଦ ବିଜେ ସହ  ବନକଲାଗି ନୀତି

ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ।  ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ବାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ। ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ।

ଅଧିକ ପଢନ୍ତୁ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ତେବେ ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତ ମାନେ ବଞ୍ଚିତ ରହିବେ। ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତିକାନ୍ତି ରହିଛି । ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today banaklagi niti will be held in lord jagannath puri temple | Argus News