Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Devotion

ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର

ଅର୍ଗସ ବ୍ୟୁରୋ : ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର । ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ। ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ସମାଗମ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି କରିଥାନ୍ତି । ଶ୍ରାବଣ ମାସ ସୋମବାର ପାଇଁ ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବା ପାଇଁ ମିଳୁଛି । ଭୋର ୩ ଟାରୁ ଦ୍ବାର ଫିଟା ଯାଇ ପୂଜର୍ଚ୍ଚନା

ଅଧିକ ପଢନ୍ତୁ : ଏଠାରେ ଶିବଲିଙ୍ଗର ରଙ୍ଗ ବଦଳେ

ଆରମ୍ଭ ହୋଇଥିଲା। ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ସାହାଣ ମେଲା ଦର୍ଶନ। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେହିପରି ବାବା ଧବଳେଶ୍ବର, ଭଦ୍ରକ ଆଖଣ୍ତଳମଣି ପୀଠ, କପିଳାସର ବାବା ଚନ୍ଦ୍ରଶେଖର, ନୟାଗଡ଼ ଶରଣକୂଳର ଲଡୁ ବାବା, ପୁରୀର ଲୋକନାଥ ବାବା, ଗୁପ୍ତେଶ୍ବର ମନ୍ଦିର ଜଗତସିଂହପୁରର ଗୋରଖନାଥ ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the fourth Monday of the month of Shravana | Argus News