Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

Devotion

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

ଅର୍ଗସ ବ୍ୟୁରୋ : ଆଜି ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି। ତେବେ ଆଡ଼ିକିଆ ବା ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲାଗି କରାଯାଏ। ଏହି ଚୂଳ ଦୁଇଟି ସୋଲ, କନା, ବେତ, ଜରି, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ଏହାସହ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ।

ମାଆ ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ। ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାର ଯଥା ଘାଗଡାମାଳି, ବରକୋଳିମାଳି, ପଦ୍ମମାଳି, ଗିନିମାଳି, ପଦକମାଳି, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳି, ବାହାଡାମାଳି ସମେତ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ବିଗ୍ରହମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ। ଏହି ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ଥିବାରୁ ଶ୍ରୀମନ୍ଦିରରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Trivikram getup of Mahaprabhu today in the temple puri | Argus News