ଅଣସର ସମୟରେ କାହିଁକି କରାଯାଏ ପ୍ରଭୁ ଅଲାରନାଥଙ୍କ ଦର୍ଶନ ?

Key Points
ଅଲାର ନାଥ କିଏ ?
କିପରି ହେଇଥିଲା ତାଙ୍କର ଉତ୍ପତି ?
ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେବେ ଏହି ଅଲାର ନାଥ କିଏ ? ତାଙ୍କର ଉତ୍ପତି କେମିତି ହେଇଥିଲା ଆଜି ସେ ବିଷୟରେ ଜାଣିବା ...
📱 Get Argus News App
✨ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି ।
ଦିନେ ସୃଷ୍ଟିକର୍ତ୍ତା ବ୍ରହ୍ମା ଭଗବାନ୍ ବିଷ୍ଣୁଙ୍କ ଦର୍ଶନ ପାଇଁ ଘୋର ତପସ୍ୟା କଲେ । ବ୍ରହ୍ମାଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଭଗବାନ୍ ବିଷ୍ଣୁ ଚତୁର୍ଭୁଜ ରୂପ ଧାରଣ କରି ତାଙ୍କ ସମ୍ମୁଖରେ ପ୍ରକଟ ହେଲେ ଓ କହିଲେ ମୁଁ ତୁମ ତପସ୍ୟାରେ ସନ୍ତୁଷ୍ଟ । ତୁମେ ମୋର ଏକ ଚତୁର୍ଭୁଜ ମୂର୍ତ୍ତି ନିର୍ମାଣ କରି ପୁରୀର ବ୍ରହ୍ମଗିରି ଠାରେ ପୂଜାର୍ଚ୍ଚନା କର । ଭଗବାନଙ୍କ ଆଜ୍ଞା ପାଳନ କରି ବ୍ରହ୍ମା କଳା ମୁଗୁନି ପଥରରେ ବିଷ୍ଣୁଙ୍କ ଚଳନ୍ତି ପ୍ରତିମା ନିର୍ମାଣ କରି ସେଠାରେ ପୂଜାର୍ଚ୍ଚନା କଲେ । ସେହି ପ୍ରତିମୂର୍ତ୍ତି ବର୍ତମାନ ଅଲାରନାଥ ନାମରେ ସର୍ବତ୍ର ବିଖ୍ୟାତ । ଯେଉଁ ପର୍ବତ ଉପରେ ସେ ତପସ୍ୟା କଲେ ସେହି ସ୍ଥାନଟି ପରବର୍ତ୍ତୀ କାଳରେ ବ୍ରହ୍ମଗିରି ନାମରେ ବିଖ୍ୟାତ ହେଲା । ସେହିପରି ଅଲାର ନାଥଙ୍କୁ ନେଇ ଆଉ ଏକ କାହାଣୀ ରହିଛି ,ସେହି କାହାଣୀ ଟିକୁ ଜାଣିବା ପାଇଁ ଆମର ଏହି ଭିଡ଼ିଓ ଟିକୁ ସମ୍ପୂର୍ଣ୍ଣ ରୂପରେ ଦେଖନ୍ତୁ।