ଖୁସି ଖବର; ରାଜ୍ୟରେ ସୃଷ୍ଟି ହେଲା 2,500 ଗୃହରକ୍ଷୀ ପଦବୀ
·1 year ago

ରାଜ୍ୟରେ ସୃଷ୍ଟି ହୋଇଛି 2,500 ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା 17,675 ଅଛି । 2,500 ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ହୋଇଯିବ 20,175 ।
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ 12,000 ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: