Foreign Study Scholarship / ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ; ବର୍ଷକୁ ମିଳିବ ସର୍ବାଧିକ ୨୫ ଲକ୍ଷ ଟଙ୍କା
·4 months ago·3 min read

Key Points
ବିଦେଶ ଶିକ୍ଷାବୃତ୍ତି ଚଳିତ ଶିକ୍ଷାବର୍ଷ ୨୦୨୫-୨୬ରୁ ଲାଗୁ କରାଯିବ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀମାନେ ବିଦେଶରେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ଏହି ଛାତ୍ରବୃତ୍ତି ନିମନ୍ତେ ଆବେଦନ କରିପାରିବେ ।
ଭୁବନେଶ୍ଵର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ ହୋଇଯାଇଛି । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ବିଦେଶ ଶିକ୍ଷାବୃତ୍ତି ଚଳିତ ଶିକ୍ଷାବର୍ଷ ୨୦୨୫-୨୬ରୁ ଲାଗୁ କରାଯିବ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀମାନେ (SC &ST Students) ବିଦେଶରେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ଏହି ଛାତ୍ରବୃତ୍ତି ନିମନ୍ତେ ଆବେଦନ କରିପାରିବେ ।
ଯେଉଁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପରିବାରର ବାର୍ଷିକ ଆୟ ୧୨ ଲକ୍ଷ କିମ୍ବା ୧୨ ଲକ୍ଷ ଟଙ୍କାରୁ କମ୍ ହୋଇଥିବ ସେହିମାନେ ଏହି ଛାତ୍ରବୃତ୍ତି ନିମନ୍ତେ ଆବେଦନ କରିପାରିବେ । ଛାତ୍ରବୃତ୍ତି ପାଇବା ନିମନ୍ତେ ଛାତ୍ର ବା ଛାତ୍ରୀଜଣଙ୍କ ବିଶ୍ଵର ଶ୍ରେଷ୍ଠ ୨୦୦ କ୍ୟୁଏସ ରାଙ୍କିଂ ଶିକ୍ଷାନୁଷ୍ଠାନରେ (Top 200 QS Ranking Foreign Institution/ University) ପିଜି ଓ ପିଏଚଡି ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଥିବା ଆବଶ୍ୟକ ।
ଏଥିସହ ପଢ଼ନ୍ତୁ: ସ୍ଵାମୀ ପରିତ୍ୟକ୍ତାଙ୍କୁ ପ୍ରେମରେ ଫସାଇଲା; ବିବାହର ଲୋଭ ଦେଖାଇ ଜଙ୍ଗଲରେ ତଣ୍ଟି ଚିପିଦେଲା ହୋମଗାର୍ଡ
ଛାତ୍ରଛାତ୍ରୀମାନେ ଏହି ବୃତ୍ତି ନିମନ୍ତେ ପ୍ରତିବର୍ଷ ୨ ଥର (ଜୁଲାଇ-ଅଗଷ୍ଟ ମାସ ଅବଧି ଏବଂ ଡିସେମ୍ବର-ଜାନୁଆରୀ ମାସ ଅବଧି) ଆବେଦନ କରିପାରିବେ । ପ୍ରତିବର୍ଷ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୫୦ଜଣ ଛାତ୍ରଛାତ୍ରୀମାନଙ୍କୁ ଏହି ଶିକ୍ଷାବୃତ୍ତି ପ୍ରଦାନ କରାଯିବ ।
୫୦ଜଣଙ୍କ ମଧ୍ୟରୁ ଇନଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷା ନିମନ୍ତେ ୧୦ ଜଣ (ଇନଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷାରେ ପିଜି ପାଠ୍ୟକ୍ରମ ପାଇଁ ୪ ଜଣ ଏବଂ ପିଏଚଡି ପାଠ୍ୟକ୍ରମ ପାଇଁ ୬ଜଣ) ମେଡିକାଲ, କୃଷି, ଆରକିଟେକଚର ଓ ଅନ୍ୟାନ୍ୟ ଟେକ୍ନିକାଲ କୋର୍ସ ନିମନ୍ତେ ୧୦ଜଣ (ପିଜି ପାଠ୍ୟକ୍ରମ ପାଇଁ ୪ଜଣ ଏବଂ ପିଏଚଡି ପାଠ୍ୟକ୍ରମ ପାଇଁ ୬ଜଣ), ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ପାଠ୍ୟକ୍ରମ ପାଇଁ ୩୦ ଜଣ (ପିଜି ପାଇଁ ୧୦ଜଣ ଓ ପିଏଚଡି ପାଇଁ ୨୦ଜଣ) ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବ । ପ୍ରତ୍ୟେକ ଛାତ୍ର ବା ଛାତ୍ରୀଙ୍କୁ ସର୍ବାଧିକ ବାର୍ଷିକ ୨୫ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯିବ ।
ବିଦେଶ ଶିକ୍ଷା ବୃତ୍ତି ଯୋଜନାର ଶୁଭାରମ୍ଭ ସହିତ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ୩୪ଜଣଙ୍କୁ ଗ୍ରୁପ ସି ଓ ଗ୍ରୁପ ଡି ବର୍ଗରେ ଅନୁକମ୍ପାମୂଳକ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସମସ୍ତ ନବ ନିଯୁକ୍ତମାନେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଠାରୁ ନିଜର ନିଯୁକ୍ତି ପତ୍ର ଗ୍ରହଣ କରିବା ସହ ଅନୁକମ୍ପାମୂଳକ ନିଯୁକ୍ତିପାଇଁ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।
ଏଥିସହ ରାଜ୍ୟରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କର ଏକାଡେମିକ ପରଫରମାନ୍ସ ଅଡିଟ୍ (Academic Performance Audit) ନିମନ୍ତେ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦକୁ କପି ରାଇଟ୍ (Copy Right) ମଧ୍ୟ ପ୍ରଦାନ କରାଯାଇଛି । ଯାହାଦ୍ୱାରା ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଦ୍ଵାରା ରାଜ୍ୟରେ ରହିଥିବା ବିଭିନ୍ନ ଉଚ୍ଚଶିକ୍ଷାନୁଷ୍ଠାନର ଶୈକ୍ଷିକ ମାନଦଣ୍ଡକୁ ସଠିକ ରୂପେ ଯାଞ୍ଚ କରାଯାଇପାରିବ । ସର୍ବଭାରତୀୟ ସ୍ତରରେ ଓଡ଼ିଶାର ଉଚ୍ଚଶିକ୍ଷା ବିଭାଗ ପ୍ରଥମ କରି ଏହି ବ୍ୟବସ୍ଥାକୁ ଲାଗୁ କରିଛି ।
କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, "ରାଜ୍ୟରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ନିମନ୍ତେ ଆମେ ପ୍ରତିଶ୍ରୁତିବଦ୍ଧ । ବିଦେଶ ଶିକ୍ଷା ବୃତ୍ତି ଯୋଜନା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀମାନଙ୍କର ବିଦେଶରେ ଉଚ୍ଚଶିକ୍ଷା ଲାଭ କରିବାର ସ୍ୱପ୍ନକୁ ସାକାର କରିବ । ବିଦେଶରେ ଉଚ୍ଚଶିକ୍ଷା ପାଇଁ ଅର୍ଥ ଆଉ ବାଧକ ସାଜିବ ନାହିଁ ।
ଏଥିସହ ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ କେନ୍ଦ୍ର ସରକାରଙ୍କ ପଦକ୍ଷେପ; ଓଡ଼ିଶାରୁ ଧାନ କିଣା ଲକ୍ଷ୍ୟରେ ୮ ଲକ୍ଷ ମେଟ୍ରିକ୍ ଟନ୍ ବୃଦ୍ଧି
ଏଥିସହ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ତରଫରୁ ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କର ଏକାଡେମିକ ପରଫରମାନ୍ସ ଅଡିଟ୍ କରାଯିବ । ଏହା ନିଶ୍ଚିତ ରୂପେ ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ସୁନିଶ୍ଚିତ କରିବ । ଏଥିସହ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁକମ୍ପାମୂଳକ ନିଯୁକ୍ତି ପାଇଥିବା ସମସ୍ତ ନବନିଯୁକ୍ତମାନଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି ।
ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ସମସ୍ତ ନବନିଯୁକ୍ତମାନଙ୍କୁ ନିଷ୍ଠାପରତାର ସହ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିଛନ୍ତି । ଏଥିସହ ରାଜ୍ୟରେ ଉଚ୍ଚଶିକ୍ଷାର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଆଯାଇଥିବା ବିଭିନ୍ନ ପଦେକ୍ଷପ ସମ୍ବନ୍ଧରେ ଅରବିନ୍ଦ ଅଗ୍ରୱାଲ ଆଲୋକପାତ କରିଥିଲେ । ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଭାଗର ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories