Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ

Entertainment

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ

Ritu Das
Browse all articles by Ritu Das
·1 year ago
ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ । ‘ପୁଷ୍ପା-୨’ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ । ସନ୍ଧ୍ୟା ଥିଏଟରରେ ଦଳାଚକଟା ମାମଲାରେ ଜାମିନ ମିଳିଛି । ପୂର୍ବରୁ ଅନ୍ତରୀଣ ଜାମିନରେ ମୁକୁଳିଛନ୍ତି ଅଲ୍ଲୁ ଅର୍ଜୁନ। ଅଲ୍ଲୁ ପୁଣିଥରେ ଜେଲ ଯିବେ ନାଁ ତାଙ୍କୁ ବେଲ୍ ମିଳିବ ଆଶା ଆଶଙ୍କାରେ ରହିଥିଲେ ଅଲ୍ଲୁଙ୍କ ସମର୍ଥକ । କିନ୍ତୁ ଆଜି ତାଙ୍କୁ ନିୟମିତ ଜାମିନ ଦେଇଛନ୍ତି ହାଇଦ୍ରାବାଦ କୋର୍ଟ ।


ଡିସେମ୍ବର ୪ ତାରିଖରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା-୨ର ସ୍ପେଶାଲ ସ୍କ୍ରିନିଂ ସମୟରେ ଦଳଚକଟା ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଠ ବର୍ଷର ପୁଅ ଗୁରୁତର ଭାବେ ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ଚିକ୍କାଡପାଲି ପୋଲିସ ଷ୍ଟେସନରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇଥିଲା । ପରେ ଗିରଫ ହୋଇଥିଲେ ଅଲ୍ଲୁ ଅର୍ଜୁନ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
-south-superstar-allu-arjun-gets-bail | Argus News