Videos
|
Entertainment

ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ

Ritu Das
Browse all articles by Ritu Das
·1 year ago·1 min read
ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ

ଅର୍ଗସ ବ୍ୟୁରୋ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କରି ନିଜ ସମ୍ପର୍କ ବିଷୟରେ ସମସ୍ତଙ୍କୁ ଜଣାଇଥିଲେ। ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ ପାଉଥିବା ବିଷୟରେ ସାର୍ବଜନୀନ କରିଥିଲେ। ନିର୍ବନ୍ଧ ପରେ ପ୍ରଶଂସକମାନେ ଏହି ଦମ୍ପତିଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଏବେ ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଥିବା ଜଣାଯାଇଛି।

ଏବେ ଶୋଭିତାଙ୍କ କିଛି ଫଟୋ ଭାଇରାଲ ହେଉଛି, ଯେଉଁଥିରେ ସେ ହଳଦୀ କୁଟୁଥିବା ଦେଖିବାକୁ ମିଳିଛି। ଶୋଭିତା ଧୁଲିପାଲା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ସେୟାର କରି ବିବାହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ଜଣାଇଛନ୍ତି।

ଏଥିରେ ଅଭିନେତ୍ରୀ ତାଙ୍କ ବିବାହ ରୀତିନୀତି କରୁଥିବା ଦେଖିବାକୁ ମିଳିଛି। ଫଟୋ ସେୟାର କରି ସେ କ୍ୟାପସନରେ ଲେଖିଛନ୍ତି, ବିବାହ ପୂର୍ବର କାର୍ଯ୍ୟକ୍ରମ ଆରମ୍ଭ ହେଲା। ଏହି ଫଟୋଗୁଡ଼ିକରେ ଅଭିନେତ୍ରୀ ତାଙ୍କ ପରିବାର ସହିତ ନଜର ଆସିଛନ୍ତି, ଯେଉଁମାନେ ପୁରା ପାରମ୍ପାରିକ ପୋଷାକ ପିନ୍ଧି  ବିବାହ ରୀତିନୀତି କରୁଥିବା ଦେଖିବାକୁ ମିଳିଛି। ତେବେ ନାଗା ଚୈତନ୍ୟଙ୍କ ଏହା ହେଉଛି ଦ୍ୱିତୀୟ ବିବାହ। ଏହାପୂର୍ବରୁ ସେ ଗୋଆରେ ସାଉଥ୍ ସୁପରଷ୍ଟାର ସାମନ୍ଥା ରୁଥ ପ୍ରଭୁଙ୍କୁ ବିବାହ କରିଥିଲେ। ହେଲେ ପରେ ସେମାନେ ପରସ୍ପରକୁ ଛାଡ଼ପତ୍ର ଦେଇ ଅଲଗା ହୋଇଯାଇଥିଲେ। ଛାଡ଼ପତ୍ର ପରେ ଚୈତନ୍ୟ, ଶୋଭିତାଙ୍କ ପ୍ରେମରେ ପଡ଼ିଲେ ନା ସାମନ୍ଥାଙ୍କ ସହ ଥିବା ବେଳେ ତାଙ୍କୁ ଧୋକା ଦେଇ ସେ ଶୋଭିତାଙ୍କୁ ଭଲପାଉଥିଲେ ତାହା ସାମ୍ନାକୁ ଆସିନାହିଁ। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
After Angagement's | Argus News