Videos
|
Entertainment

Barsha Anubhav / ପୁଣି କୋର୍ଟରେ ମୁହାଁମୁହିଁ ହେଲେ ବର୍ଷା-ଅନୁଭବ, ଯୌତୁକ ନିର୍ଯାତନା ମାମଲା ଚାଲିବ...

Banajyotshna Ray
Browse all articles by Banajyotshna Ray
·7 months ago·2 min read
ପୁଣି କୋର୍ଟରେ ମୁହାଁମୁହିଁ ହେଲେ ବର୍ଷା-ଅନୁଭବ, ଯୌତୁକ ନିର୍ଯାତନା ମାମଲା ଚାଲିବ...
Barsha Anubhav

Key Points

ବର୍ଷା-ଅନୁଭବ ବିବାଦ ମାମଲା, ଅନୁଭବଙ୍କୁ ଝଟକା
ଅନୁଭବଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ
ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା
ବର୍ଷା-ଅନୁଭବ ବିବାଦ ମାମଲା, ଅନୁଭବଙ୍କୁ ଝଟକା । ଅନୁଭବଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା । ନିମ୍ନ ଅଦାଲତଙ୍କ ଚାର୍ଜଫ୍ରେମକୁ କାଏମ ରଖିଲେ ହାଇକୋର୍ଟ । ଅନୁଭବ ଓ ସହଯୋଗୀ ଖଗେଶ୍ୱରଙ୍କ ବିରୋଧରେ ହେବ ବିଚାର । ପୁରୀଘାଟ ଥାନାରେ ବର୍ଷା ଦାୟର କରିଥିଲେ ଯୌତୁକ ଜନିତ ନିର୍ଯାତନା ମାମଲା । ଆଉ ଯାହା ପରେ ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଏହାସହ ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।

ନିମ୍ନ ଅଦାଲତ ଚାଲିଥିବା ମାମଲା ଖାରଜ ପାଇଁ ଆବେଦନ କରିଥିଲେ ଅନୁଭବ । ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲା ନିମ୍ନ ଅଦାଲତରେ ଚାଲିବ । ମାମଲାରୁ ବାଦ ଦେବା ପାଇଁ ଅନୁଭବ କରିଥିଲେ ଆବେଦନ। ଯାହାକୁ ଖାରଜ କରିଛନ୍ତି କୋର୍ଟ । ସୂଚନା ଥାଉକି, ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା । ଯାହାର ବିଚାର କରି ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ । ଆଗକୁ ଅନୁଭବଙ୍କ ବିରୋଧରେ ଚାଲିବ ଯୌତୁକ ନିର୍ଯାତନା ମାମଲା । ତଳ କୋର୍ଟଙ୍କ ଚାର୍ଜଫ୍ରେମକୁ କାଏମ ରଖିଲେ ହାଇକୋର୍ଟ ।ପୁରୀଘାଟ ଥାନାରେ ହୋଇଥିଲା ନିର୍ଯାତନା ମାମଲା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି HC ଯାଇଥିଲେ ଅନୁଭବ।

ଅନ୍ୟପଟେ ଜାଗୃତି ଶୁକ୍ଳାଙ୍କ ସହ ଜୀବନର ଦ୍ଵିତୀୟ ଇନିଂସ ଆରମ୍ଭ କରିଛନ୍ତି ସୁପରଷ୍ଟାର୍ ଅନୁଭବ ମହାନ୍ତି। ଦ୍ଵିତୀୟ ବିବାହ ପରେ ଅନେକ ଭଲପାଇବା ସହ ଦର୍ଶକଙ୍କ ସମାଲୋଚନାର ମଧ୍ୟ ଶିକାର ହୋଇଛନ୍ତି ଅନୁଭବ। ଅନେକ ଏହି ବିବାହକୁ ଗ୍ରହଣ କରିଥିବା ବେଳେ ଅନେକ ବର୍ଷାଙ୍କ ସହ ବିବାହ ବିଚ୍ଛେଦକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଏଥିସହ ପଢ଼ନ୍ତୁ: କାହିଁକି ସେଲିବ୍ରିଟି ଛାଡ଼ୁଛନ୍ତି ଇଣ୍ଡଷ୍ଟ୍ରି, କିଏ ବାଧ୍ୟ କରୁଛି ନା ଜାଣିଶୁଣି...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପ୍ରକାଶ ଯେ, ୨୦୨୨ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ। ଶାଶୁ ଘରେ ତାଙ୍କୁ ପାରିବାରିକ ହିଂସାର ଶିକାର ହେବାକୁ ପଡୁଛି ବୋଲି ବର୍ଷା ଅଭିଯୋଗ କରି jmfc କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତାଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ଦିଆଯାଉଛି, ତେଣୁ କ୍ଷତିପୂରଣ ବାବଦରେ ଏକ ନିର୍ଦ୍ଦିଷ୍ଟ ଅର୍ଥ ରାଶି ଦେବା ସହିତ ଭରଣ ପୋଷଣ ଲାଗି ଦାବି କରିଥିଲେ ବର୍ଷା । ଯାହାର ରାୟ ଆଜି ପ୍ରକାଶ କରିବା ସହିତ ବର୍ଷାଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:


Related Topics

Explore more stories