Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Entertainment

Humane Sagar / କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ଵାସ୍ଥ୍ୟାବସ୍ଥା ଅତି ଜଟିଳ

Rashmita Mishra
Browse all articles by Rashmita Mishra
·8 months ago·2 min read
କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ଵାସ୍ଥ୍ୟାବସ୍ଥା ଅତି ଜଟିଳ

Key Points

କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ଵାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି । ତାଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଛି । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି ।

ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ଵାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି । ତାଙ୍କୁ ଭୁବନେଶ୍ବର ଏମ୍ସ ଆଇସିୟୁରେ ଭର୍ତ୍ତି କରାଯାଇଛି । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।

ସୂଚନାନୁଯାୟୀ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ଵାସ୍ଥ୍ୟାବସ୍ଥା ଖରାପ ହେବାରୁ କଟକରୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସେ କିଡନୀ ଓ ଲିଭର୍ ଜନିତ ସମସ୍ୟାରେ ପୀଡ଼ିତ ଅଛନ୍ତି । ଯେଉଁଥିପାଇଁ ହ୍ୟୁମାନ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ହ୍ୟୁମାନ ସାଗରଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।

ଲିଭର୍‌ ଓ କିଡ୍‌ନି ସହିତ ହ୍ୟୁମାନ୍‌ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ଵାସକ୍ରିୟାଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଛି । ଏକ୍‌ମୋ ବିଶେଷଜ୍ଞ ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ବାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ।

ହ୍ୟୁମାନଙ୍କ ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇଥିଲା । ସେ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି । ଅଭିଜିତ ସ୍ନାୟୁ ଜନିତ ରୋଗରେ ପୀଡ଼ିତ ଅଛନ୍ତି । ତାଙ୍କର ନିମୋନିଆ ସହିତ ଫୁସଫୁସରେ ସଂକ୍ରମଣ ରହିଛି । ସେପ୍ଟେମ୍ବର ୨୫ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଆଇସିୟୁରୁ ଓ୍ବାର୍ଡକୁ ସିଫ୍ଟ କରାଯାଇଥିଲା । ପୁଣି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେ ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ରହିଛି ।

କିଛି ଦିନ ପୂର୍ବରୁ ମଧ୍ୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଏସବୁକୁ ଦେଖି ଫ୍ୟାନ୍ସମାନଙ୍କୁ ବଡ଼ ଝଟକା ଲାଗିଛି । ଖାଲି ଓଲିଉଡ୍‌ ନୁହେଁ ବଲିଉଡ଼ରେ ମଧ୍ୟ ଅନେକ ବଡ଼ ବଡ଼ ଷ୍ଟାରଙ୍କ ଦେହ ଅସୁସ୍ଥ ହେବାରେ ଲାଗିଛି ।

ସେପଟେ ବଲିଉଡରେ ମଧ୍ୟ ଅନେକ କଳାକାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରେ ଲାଗିଛି । କିଛି ଦିନ ପୂର୍ବରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ ଅଭିନେତା ଧର୍ମେନ୍ଦ୍ର । ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହେବାର ଖବର ସାମ୍ନାକୁ ଆସିଥିଲା । ତା'ସହ ବଲିଉଡ଼ ଅଭିନେତା ଗୋବିନ୍ଦାଙ୍କୁ ନେଇ ଚିନ୍ତାଜନକ ଖବର ସାମ୍ନାକୁ ଆସିଥିଲା ।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Human Sagar | Human Sagar Health Condition Critical | Latest Update & Report | Argus News