ସତର୍କ ରୁହ ଏହି ରାଶି, ପଡିପାରନ୍ତି ବିପଦରେ

ଅର୍ଗସ ବ୍ୟୁରୋ: ଆରମ୍ଭ ହୋଇଛି ନୂତନ ବର୍ଷ। ସମସ୍ତେ ଜାଣିବାକୁ ଚାହୁଁଥିବେ ଯେ ଏବର୍ଷ ଏବଂ ଆଜିର ଦିନ ସେମାନଙ୍କର କେମିତି କଟିବ।
ମେଷ-
ସ୍ଥିର ମନ ନେଇ କାମକଲେ ସମସ୍ୟାର ସମାଧାନ ହେବ। ଈର୍ଷାପରାୟଣ ହୋଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଏବଂ ପ୍ରତିଯୋଗିତା, ଯାତ୍ରା ପ୍ରଭୃତିରେ ଲକ୍ଷ୍ୟ ହାସଲ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟଦେବଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ବୃଷ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗୌରି ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ
ମିଥୁନ-
ଅଧିକାଂଶ କାମରେ ପାରିବାରିକ ପ୍ରତିରୋଧ ମଧ୍ୟ କାମକୁ ବିଶୃଙ୍ଖଳିତ କରିପାରେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧାର ସମ୍ମୁଖୀନ ହେବେ। ଘରମାଲିକ ସହ ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ରାଜନିତିରେ ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାରରେ ତିକ୍ତ ସମ୍ପର୍କ ଉଭେଇ ଯିବ, ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣାଓଟରା ଲାଗିପାରେ। ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ର, ନୂତନ ଯୋଜନାରମ୍ଭ ଓ ବନ୍ଧୁମିଳନରୁ ଖୁସି ରହିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ସାମୟିକ ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାର୍ୟ୍ୟ ସ୍ଥଗିତ ରହିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ବିଛା-
ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ବଡ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ଅର୍ଥ ସମ୍ବନ୍ଧୀୟ କାରବାରରେ ବନ୍ଧୁ ସହିତ ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି। ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଏବଂ ଦୂରଯାତ୍ରା ସକାଶେ ଦିନଟି ମନ୍ଦ ନୁହେଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ଅଫିସ୍ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। କାର୍ୟ୍ୟହାନି ହେତୁ କିମ୍ବା ପରୋକ୍ଷ ଶତ୍ରୁତାରୁ ମନ ଠିକ୍ ରହି ନ ପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଅପରାହ୍ନରେ ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ
📱 Get Argus News App
✨ଅଧିକ ପଢ଼ନ୍ତି ରାଶିଫଳ ଖବର: