ଆଜି କେମିତି କଟିବ ଆପଣଙ୍କ ଦିନ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ..ପଢନ୍ତୁ...
ମେଷ-
ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ଆଶାନୁରୂପ ଫଳ ପାଇବେ। ଶତ୍ରୁ ଚେଷ୍ଟା କଲେ ମଧ୍ୟ କ୍ଷତି କରିପାରିବେ ନାହିଁ। କୌଣସି କାମ ଅଟକିବ ନାହିଁ ଏବଂ ବିଭିନ୍ନ ଦିଗରୁ ପ୍ରୋସତ୍ାହନ ଲାଭ କରିବା ସହ ଅନୁକୂଳ ବାତାବରଣରୁ ଖୁସି ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି । ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ। ବନ୍ଧୁଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । କର୍ମକ୍ଷେତ୍ରରେ ସବୁ କାର୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
କର୍ମକ୍ଷେତ୍ରରେ ଆଶାତୀତ ସଫଳତା ପାଇବେ। ପିଲାଙ୍କ ସଫଳତା, ମୂଲ୍ୟବାନ୍ ଦ୍ରବ୍ୟ ଲାଭ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ, ଯାତ୍ରାର ସୁଯୋଗ ଲାଭରୁ ଖୁସି ରହିବେ। ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
📱 Get Argus News App
✨ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତାପାଇବେ । ରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ବ୍ୟକ୍ତିମାନଙ୍କର ଆଜିର ପ୍ରତ୍ୟୁଷ ଯାତ୍ରା ଓ ନୂତନ କର୍ମାରମ୍ଭ ପ୍ରୀତିପଦ ରହିବ। ନୂତନ ବନ୍ଧୁ ସମ୍ପର୍କ ଆଜିର ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ସାକାର କରିବାରେ ସାହାଯ୍ୟ କରିବ। ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି ।
ଛାତ୍ର ଛାତ୍ରୀ ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ । ଭାଗୀଦାରି ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ବିଦେଶ ଯାତ୍ରରେ ଲାଭବାନ୍ ହେବେ ଓ ସମସ୍ତ କାର୍ଯ୍ୟ ସହଜ ସରଳରେ ପୁରଣ କରିପାରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ । ମନର ଭାବ କେହି ଠିକ୍ ଭାବରେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର୍ୟ୍ୟ ହାସଲ କାରଣରୁ ଖୁସି ଅନୁଭବ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ ପ୍ରତିଦାନରେ ସମାଲୋଚନା ବ୍ୟତୀତ କିଛି ପାଇ ପାରିବେ ନାହିଁ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି । ଅଭାବ ଅନଟନ ପାଇଁ ବ୍ୟୟ ସଙ୍କୋଚନ ହେବ । ବିଚାର ବିଭାଗର ରାୟ ସପକ୍ଷରେ ଯିବ । ଜମି ବାଡି କୁ ନେଇ ଅଟିକି ଥିବା କାର୍ଯ୍ୟ ପୁରା ହେବ । ରାଜନିତିରେ ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ