Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

Horoscope

ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି...

ଅର୍ଗସ ବ୍ୟୁରୋ: ମେଷ- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ


ବୃଷ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । କୌଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ


ମିଥୁନ- ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ


କର୍କଟ- ପରୋକ୍ଷ ଶତୃତା ଦୈନିକ ଜିବନ ଚର‌୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ


ସିଂହ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ


କନ୍ୟା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ


ତୁଳା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ


ବିଛା- ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ


ଧନୁ- ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ


ମକର- ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ


କୁମ୍ଭ- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ


ମୀନ- କଅଁଳ କଥା କହି କାମ ହାସଲ କରିବେ । ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ଉନ୍ନତିକରଣ କରିପାରିବେ । କର୍ମ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ପଡୋଶୀଙ୍କ ସହିତ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

Sponsored
Pisces Daily Horoscope Today, Dec 24, 2024 predicts reflection and growth | Argus News