ଏହି ରାଶି ପାଇଁ ଆଜି ଦିନଟି ଭାରି ଶୁଭ

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
ଏହି ରାଶି ପାଇଁ ଆଜି ଦିନଟି ଭାରି ଶୁଭ
ଟଳିଯିବ ବଡ ବିପଦ
ମେଷ-
ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର୍ୟ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ୟ୍ୟ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ
ତୁଳା-
ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଆତ୍ମୀୟଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ।ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ।ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି। ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ।ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ। ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ