Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶିଫଳ

Smruti Parija
Browse all articles by Smruti Parija
·1 year ago·4 min read
ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶିଫଳ

Key Points

ଜାଣନ୍ତୁ ଆଜିର ରାଶିଫଳ

ମେଷ- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।


ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ


ବୃଷ- କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ


ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ


କର୍କଟ- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି


ସିଂହ- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ


ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ


କନ୍ୟା- ରୋଗ ସାମୟିକ ହେଲେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟ ଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ତୁଳା- ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।


ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର –ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ


ବିଛା- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ


ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ଧନୁ- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।


ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ


ମକର- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।


ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ


କୁମ୍ଭ- ଅନ୍ୟମାନଙ୍କ ସାହାଯ୍ୟ ଲାବ କରି କାମ ହାସଲ କରିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।


ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ


ମୀନ- ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।


ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Sponsored
17-may-know-horoscope-report | Argus News