କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ ବିଛା ରାଶିର ବ୍ୟକ୍ତି ବିଶେଷ

Key Points
ଆଜି କେମିତି କଟିବ ଆପଣଙ୍କ ଦିନ
କଣ କହୁଛି ଆପଣଙ୍କ ରାଶିଫଳ
ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ରାଶିଫଳ
ମେଷ-
ପ୍ରେମ ସମ୍ପର୍କରେ ମଧୁରତା ଆସିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀର ମନୋଭାବ ବଦଳିଯାଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଅସାବଧାନତା କାରଣରୁ ଧନହାନି ଘଟିପାରେ। ବୟସ୍କଙ୍କ କଥା ନ ମାନିଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ
ସିଂହ-
ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ୟ୍ୟଚ୍ୟୁତି ଘଟିପାରେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ।
ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ
ତୁଳା-
ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ। ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ମନୋରଞ୍ଜନ କାର୍ୟ୍ୟରେ ନିଜକୁ ନିୟୋଜିତ କରି ଖୁସି ରହିବାର ସୁଯୋଗ ପାଇବେ। ମାଲିମକଦ୍ଦମାରେ ସଫଳତା ହାସଲର ସୌଭାଗ୍ୟ ଅର୍ଜନ କରିପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ୟ୍ୟ ସକାଶେ ଅନୁତାପ କରିବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ