Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜି ନେତ୍ରୋତ୍ସବ;ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଭାରି ଶୁଭ

Smruti Parija
Browse all articles by Smruti Parija
·1 year ago·3 min read
ଆଜି ନେତ୍ରୋତ୍ସବ;ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଭାରି ଶୁଭ

Key Points

ଏହି ରାଶିର ଭାଗ୍ୟ ଖୋଲିଯିବ

ଆପଣଙ୍କ ରାଶିଫଳ କ'ଣ କହୁଛି

କ'ଣ ଆପଣଙ୍କର ଲାଗିବ କି ଲଟେରୀ

ମେଷ-
ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର କାରଣ ଅଛି । କାରବାରରେ ଆପଣଙ୍କର ବହୁତ ଲାଭ ହେବ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ଧାର୍ମିକ କାର୍ଯ୍ୟକ୍ରମରେ ସାମିଲି ହେବାର ସୁଯୋଗ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବ ।
ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପାଖରେ ପଇସାର ଅଭାବ ଦେଖାଯାଇପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପିମ୍ପୁଡିକୁ ମଇଦା ଖାଇବାକୁ ଦିଅନ୍ତୁ
ମିଥୁନ-
ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କୋର୍ଟରେ ଅପବ୍ୟବହାର ଦେଖାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାଇ ଘରୁ ବାହାରନ୍ତୁ
ତୁଳା-
ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତା ମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ସବୁ ସମସ୍ୟାକୁ ଦୃଢ ଭାବରେ ମୁକାବିଲା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର-
ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ରାଜନୀତିରେ ଆଗକୁ ଯିବେ । କୃଷିକ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ଅଧିକ ହେବାର ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର -ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। କୋର୍ଟ ମାମଲାରେ ବିଜୟ ଲାଭ କରିବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ବ୍ରାହ୍ମଣକୁ ପୋଷାକ ଦାନ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
26-june-2025-know-what-is-your-rasifal | Argus News