Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope Today / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କୁ ଆୟର ନୂତନ ସୁଯୋଗ ମିଳିବ

Ritu Das
Browse all articles by Ritu Das
·4 months ago·3 min read
ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କୁ ଆୟର ନୂତନ ସୁଯୋଗ ମିଳିବ
India

Key Points

ମେଷ-
ବ୍ୟବସାୟୀ ମାନେ କରୁଥିବା ବ୍ୟବସାୟରେ ଲାଭବାନ୍ ହେବେ । ଉଚ୍ଚ ଅଧୀକାରୀଙ୍କ ସହ ଭଲ ସମ୍ପର୍କ ରଖନ୍ତୁ ଆପଣଙ୍କୁ ବହୁତ୍ ସାହାଯ୍ୟ ମିଳିବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପାରେ ।
ମେଷ-
ବ୍ୟବସାୟୀ ମାନେ କରୁଥିବା ବ୍ୟବସାୟରେ ଲାଭବାନ୍ ହେବେ । ଉଚ୍ଚ ଅଧୀକାରୀଙ୍କ ସହ ଭଲ ସମ୍ପର୍କ ରଖନ୍ତୁ ଆପଣଙ୍କୁ ବହୁତ୍ ସାହାଯ୍ୟ ମିଳିବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପାରେ । ମନଗଢା କଥା କହି ବନ୍ଧୁମାନେ ଆପଣଙ୍କୁ ଅସୁବିଧାରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ନିଜର କର୍ତ୍ତବ୍ୟନିଷ୍ଠା ଫଳରେ ପରିବାରର ଲୋକମାନଙ୍କ ଠାରୁ ବହୁତ୍ ଭଲପାଇବା ପାଇବେ । ପରୀକ୍ଷାର୍ଥୀମାନେ ସଫଳ ହୋଇ ଉଚ୍ଚ ପଦ ହାସଲ କରିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ । କୌଣସି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ପ୍ରଭୂ ଗଣେଶଙ୍କୁ ଲଡୁ ଦାନ କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ମନରେ ଧାର୍ମିକ ଭାବନା ଉଦେୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । କୋର୍ଟରେ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
କର୍ମକ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧକ ଆଦାନ ପ୍ରଦାନ କରିବେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବେ । ପିଲାମାନେ ସବୁକ୍ଷେତ୍ରରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱତଥ୍‌ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାର କଥା ମନକୁ ଆନ୍ଦୋଳିତ କରିପାରେ । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁମାନେ ଆପଣଙ୍କ ଘରକୁ ହଠାତ୍ ଆସିପାରନ୍ତି କର୍ମ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନହେଲେ ଝାମେଲା ଅଧିକ ବଢିଯାଇପାରେ। ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ବିଶେଷ ଲାଭବାନ ହେବେ । ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୌଣସି କାମକୁ ହାତକୁ ନେବେ। ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସୀ ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ଯେକୈାଣସି କାମରେ ଯଥେଷ୍ଟ ଲାଭବାନ୍ ହେବ । ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ନୂତନ ଘର ତିଆରି କରିପାରନ୍ତି। ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର-
କର୍ମ କ୍ଷେତ୍ରରେ ବହୁ ବାଧା ବିଘ୍ନ ସତ୍ୱେ ସଫଳତା ପାଇବେ । ଶାରୀରିକ ଅସୁସ୍ଥତା ଦେଖାଦେବ । ରାଜନିତିରେ ସମ୍ମାନ ହାନି ଓ ଅପବ୍ୟୟ ଘଟିପାରେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ପିତୃପୁରୁଷ ସମ୍ପତ୍ତି ପାଇବାର କ୍ଷମତା ଆଣିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବାଣିଜ୍ୟ, ବ୍ୟବସାୟରୁ ଭଲ ଲାଭ ପାଇବେ ।ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । ପୁରାତନ ରୋଗର ପୀଡ଼ା ଅନୁଭବ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସହସ୍ରନାମ ପାଠ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Ajira Rashifal: New Income Opportunities for This Zodiac Sign Today | Argus News