Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଶାରୀରିକ ସମସ୍ୟା ଦୂରହେବ; ଏମାନେ ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ..ନଚେତ୍

Horoscope

Today horoscope / ଶାରୀରିକ ସମସ୍ୟା ଦୂରହେବ; ଏମାନେ ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ..ନଚେତ୍

Debashree Debasmita Sahoo
Browse all articles by Debashree Debasmita Sahoo
·2 hours ago·3 min read
ଶାରୀରିକ ସମସ୍ୟା ଦୂରହେବ; ଏମାନେ ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ..ନଚେତ୍
Ajira Rashifala

Key Points

ଶାରୀରିକ ସମସ୍ୟା ଦୂରହେବ
ମେଷ-
ଶାରୀରିକ ସମସ୍ୟା ଦୂର ହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରୀ କ୍ଷେତ୍ରରେ ଅପବାଦ ସହିବାକୁ ପଡ଼ିବ । ମାଲିମୋକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ବୃଷ-
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ଦେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ଫଟୋକୁ ପୂଜା କରନ୍ତୁ

ମିଥୁନ-
ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଧନ ସମ୍ପତି ବୃଦ୍ଧି ହୋଇପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

କର୍କଟ-
ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବାପା ମା ଙ୍କ ସେବା କରନ୍ତୁ

ସିଂହ-
ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନୀତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖୀନ ହେବାକୁ ପଡ଼ିପାରେ । ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡ଼ା କଥା କହିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

କନ୍ୟା-
କର୍ମ କ୍ଷେତ୍ରରେ ଶତ୍ରୁତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା-
ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀଭାର୍ଗବୀଙ୍କୁ ପୂଜା କରନ୍ତୁ

ବିଛା-
ବାପା, ମାଆଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରିପାରନ୍ତି । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ବିଦେଶ ଯାତ୍ରା କରି ପାରନ୍ତି । ମହିଳାମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ ସରକାରୀ ଚାକିରିର ସୁଯୋଗ ପାଇବେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଧଳା ରଙ୍ଗର ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ

କୁମ୍ଭ-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଠାନରେ କାମ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored