Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଏହି ସବୁ ରାଶିର ବଦଳିବ ଭାଗ୍ୟ ମିଳିବ ଖୁସି ଖବର

Horoscope

ଏହି ସବୁ ରାଶିର ବଦଳିବ ଭାଗ୍ୟ ମିଳିବ ଖୁସି ଖବର

Rashmita Mishra
Browse all articles by Rashmita Mishra
·1 year ago·4 min read
ଏହି ସବୁ ରାଶିର ବଦଳିବ ଭାଗ୍ୟ ମିଳିବ ଖୁସି ଖବର

ମେଷ-
ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କ ପାଇଁ ଚିନ୍ତା କରିପାରନ୍ତି କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ


ବୃଷ-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋଶାଳାରେ ଗୋଖାଦ୍ୟ ଦାନ କରନ୍ତୁ


ମିଥୁନ-
ସେବା ଓ ପରୋପକାର ମାଧ୍ୟମରେ ପ୍ରଶଂସିତ ହେବା ସାଙ୍ଗକୁ ନିଜ ପରିସରରେ ଲୋକସମ୍ପର୍କ ଅବ୍ୟାହତ ରହିବ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଏବଂ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


କର୍କଟ-
କର୍ମ କ୍ଷେତ୍ରରେ ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି


ସିଂହ-
ଯାତ୍ରା ସମୟରେ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲକ୍ଷ୍ୟ ପୂରଣ ହୋଇପାରିବ। ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ଅନୁସରଣ କରିବାକୁ ପଡ଼ିପାରେ। ମାତ୍ର ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିଯିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟାକରି କୃତକାର୍ଯ୍ୟ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ପୂଜା କରନ୍ତୁ


କନ୍ୟା-
ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୌଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତୁଳା-
କର୍ମାରମ୍ଭ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ। ସଭାସମିତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍ସନ ଦୂର ହେବ। ସାହିତ୍ୟ, କ୍ରୀଡ଼ା ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ପାରିବାରିକ ଜୀବନ ସମସ୍ୟାବହୁଳ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ


ବିଛା-
ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ। କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ଧନୁ-
ନୂତନ କର୍ମାରମ୍ଭ କରି ଖୁସି ରହିବେ। ଆଜିର ଯାତ୍ରା ପ୍ରୀତିପଦ ରହିବ ଏବଂ ଶନିଙ୍କ ପ୍ରଭାବରେ ବିଳମ୍ବରେ ସଫଳତା ପାଇବେ। ନିର୍ମାଣ, ଯୋଗାଯୋଗ, ପ୍ରେସ୍, ପବ୍ଲିକେଶନ, ପ୍ରଶାସନ, ଆଲୋଚନା ଓ ସଭାସମିତିରେ ସଫଳତା ପାଇବେ। ବନ୍ଧୁଙ୍କ ମାଧ୍ୟମରେ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ତୁଳସୀ ଚଉରାରେ ଜଳ ଅର୍ପଣ କରନ୍ତୁ


ମକର-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ


ମକର-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ


କୁମ୍ଭ-
ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କ ପାଇଁ ଚିନ୍ତା କରିପାରନ୍ତି କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ରାଜନୀତିରେ ଚାପରେ ଗତିକରିବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମନ୍ଦିରରେ ଠାକୁରଙ୍କ ପାଖେ ଭୋଗ ଲଗାନ୍ତୁ ।


Sponsored
all-these-zodiac-signs-will-get-good-news-if-their-luck-changes | Argus News