ଆଜିର ରାଶିଫଳ: ସତର୍କ ରୁହ ମୀନ ରାଶି

Key Points
ଜାଣନ୍ତୁ ଆଜିର ରାଶିଫଳ
ସତର୍କ ରୁହନ୍ତୁ ଏହି ରାଶିଦ୍ୱୟ
ମେଷ-
ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କ ପାଇଁ ଚିନ୍ତା କରିପାରନ୍ତି କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଘରର କେତେକ ଅକୁହା କଥାକୁ ଆଲୋଚନାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ଅବଶ୍ୟ ଧନ ସ୍ଥାନସ୍ଥ ବୃହସ୍ପତିଙ୍କ ପ୍ରଭାବରୁ ଅଭାବ ଅନଟନ ରହିବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ଆହ୍ବାନରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ
ମିଥୁନ-
ସେବା ଓ ପରୋପକାର ମାଧ୍ୟମରେ ପ୍ରଶଂସିତ ହେବା ସାଙ୍ଗକୁ ନିଜ ପରିସରରେ ଲୋକସମ୍ପର୍କ ଅବ୍ୟାହତ ରହିବ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଏବଂ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସକାଶେ କିଛି ନୂତନତ୍ୱ ଯୋଡ଼ି ପାରନ୍ତି। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝି ପାରିବାରିକ ସମ୍ପର୍କକୁ ତିକ୍ତ କରିପାରନ୍ତି। କଳା, ସାହିତ୍ୟାଦି ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସିଂହ-
ଯାତ୍ରା ସମୟରେ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲକ୍ଷ୍ୟ ପୂରଣ ହୋଇପାରିବ। ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ଅନୁସରଣ କରିବାକୁ ପଡ଼ିପାରେ। ମାତ୍ର ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିଯିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟାକରି କୃତକାର୍ଯ୍ୟ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ପୂଜା କରନ୍ତୁ
କନ୍ୟା-
ନିଜ ଲୋକମାନଙ୍କର ଭୁଲ୍ ଧାରଣା ବୃଦ୍ଧିପାଇ କଳହର ରୂପ ନେଇପାରେ। ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ସହ ନୂତନ ସମସ୍ୟା ସୃଷ୍ଟି ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
କର୍ମାରମ୍ଭ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ। ସଭାସମିତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍ସନ ଦୂର ହେବ। ସାହିତ୍ୟ, କ୍ରୀଡ଼ା ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ପାରିବାରିକ ଜୀବନ ସମସ୍ୟାବହୁଳ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ କାର୍ୟ୍ୟବ୍ୟସ୍ତତା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆପଣଙ୍କ ଲୋକପ୍ରିୟତାରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ସନ୍ଧ୍ୟା ସମୟରେ କ୍ଳାନ୍ତି ଅନୁଭବ କରିବେ। କୌଣସି ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ଧନୁ-
ନୂତନ କର୍ମାରମ୍ଭ କରି ଖୁସି ରହିବେ। ଆଜିର ଯାତ୍ରା ପ୍ରୀତିପଦ ରହିବ ଏବଂ ଶନିଙ୍କ ପ୍ରଭାବରେ ବିଳମ୍ବରେ ସଫଳତା ପାଇବେ। ନିର୍ମାଣ, ଯୋଗାଯୋଗ, ପ୍ରେସ୍, ପବ୍ଲିକେଶନ, ପ୍ରଶାସନ, ଆଲୋଚନା ଓ ସଭାସମିତିରେ ସଫଳତା ପାଇବେ। ବନ୍ଧୁଙ୍କ ମାଧ୍ୟମରେ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ତୁଳସୀ ଚଉଳାରେ ଜଳ ଅର୍ପଣ କରନ୍ତୁ
ମକର-
ସମସ୍ୟା ପିଛା ନ ଛାଡିଲେ ମଧ୍ୟ ଆପଣ ନୀରବ ନ ରହି ପ୍ରତିକାରମୂଳକ ପଦକ୍ଷେପ ନେଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଦୀର୍ଘଦିନରୁ ଶଯ୍ୟାଶାୟୀ ରୋଗିଣା ପିତାଙ୍କ ସ୍ବାସ୍ଥ୍ୟ ଚିନ୍ତାର କାରଣ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଅସୁବିଧାରେ ପଡ଼ିଥିବା ବନ୍ଧୁଙ୍କ ପାଇଁ ଚିନ୍ତା କରିପାରନ୍ତି କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ମୀନ-
ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଭାଇ ବନ୍ଧୁମାନେ ସାହାର୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ବ୍ୟବସାୟରେ ଲାଭଜନକ ହେବ । ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ