ରାଶି କହୁଛି ସତର୍କ ରୁହନ୍ତୁ, ବଦଳିବ ଭାଗ୍ୟ

ମେଷ-
ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ।ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ବୃଷ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅସୁବିଧାରେ ପଡ଼ିବେ। କୌଣସି କାର୍ୟ୍ୟ ସମ୍ପନ୍ନ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
କର୍କଟ-
ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଗୋଡରେ କିଛି ସମସ୍ୟା ଦେଖାଦେବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ୟ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ
କନ୍ୟା-
ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ କ୍ଷ ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ବନ୍ଧୁମାନଙ୍କ ସାହାଯ୍ୟ ପାଇଁ ପଥ ପରିଷ୍କାର କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବେ। ବନ୍ଧୁଙ୍କ ସହାନୁଭୂତି ଲାଭକରି ଆର୍ଥିକ ସମସ୍ୟାର ସମାଧାନ କରିପାରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ
ମକର-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ସାମନା କରି ବ୍ୟସ୍ତତା ବୃଦ୍ଧି ପାଇବ। ଅବଶ୍ୟ ଆତ୍ମୀୟ ସ୍ବଜନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ମୀନ-
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ