Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ ଜାଣନ୍ତୁ, ସତର୍କ ରୁହନ୍ତୁ ଏହି ଦୁଇ ରାଶି...

Banajyotshna Ray
Browse all articles by Banajyotshna Ray
·2 years ago·4 min read
ଆଜିର ରାଶିଫଳ ଜାଣନ୍ତୁ, ସତର୍କ ରୁହନ୍ତୁ ଏହି ଦୁଇ ରାଶି...

ଅର୍ଗସ ବ୍ୟୁରୋ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି। କେମିତି କଟିବ ଆଜି ଆପଣଙ୍କ ଦିନ। କଣ କହୁଛି ଆପଣଙ୍କ ରାଶିଫଳ ଜାଣନ୍ତୁ।  
ମେଷ-
ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।  କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ପରିବାରରେ କିଛିଟା ଗୋଳମାଳିଆ ପରିସ୍ଥିତି ନୂତନ ସମସ୍ୟା ସୃଷ୍ଟି କରିବ । ବିବାଦ ଧୀରେ ଧୀରେ ସୁଧୁରିବ ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ  ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ବ୍ୟବସାୟରେ  ଯୋଜନାବଦ୍ଧ ରୂପେ କାମ କରିବେ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ
ତୁଳା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।   ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ 
ବିଛା-
ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । ସାମାଜିକ ସହଯୋଗ ଲାଭ କରିବେ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ । ଜମି ସମସ୍ୟା ସମାଧାନ ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ
ଧନୁ-
ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ନାରୀମାନେ ଈର୍ଷାପରାୟଣ ରହିବେ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ 
ମକର-
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅସ୍ଥିରତା କାରଣରୁ କୈାଣସି କାର‌୍ୟ୍ୟକୁ ଠିକ ଭାବରେ କରିପାରିବେ ନାହିଁ ।  ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ  କରିବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –  ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 
ମୀନ-
ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ଯାନବାହନ ଓ ଗୃହଭୂମି ଲାଭ  ହୋଇପାରେ । ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Astrological prediction for April 14, 2024 | Argus News