Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ, ବାହାରକୁ ବାହାରିଲେ କରନ୍ତୁ ଏହି କାମ...

Horoscope

ଆଜିର ରାଶିଫଳ, ବାହାରକୁ ବାହାରିଲେ କରନ୍ତୁ ଏହି କାମ...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଆଜିର ରାଶିଫଳ, ବାହାରକୁ ବାହାରିଲେ କରନ୍ତୁ ଏହି କାମ...

ମେଷ-
ବ୍ୟବସାୟରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମିତ୍ର ସହଯୋଗୀଙ୍କ ଦ୍ୱାରା ଆଶାତୀତ ଲାଭ ପାଇବେ । ଅଟକି ଥିବା ଧନ ମିଳିବାରୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ବୃଷ-
ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ । ଜମିବାଡି ଜନିତ କେତେକ ସମସ୍ୟାର ସମାଧାନ ହେବ । ଆତ୍ମ ବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସାମାନ୍ୟ କଥାରେ ଅଯଥା ତର୍କ ନ କରି ଶାନ୍ତ ରହିବା ଉଚିତ୍ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷତି କରିବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ।
ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ପ୍ରେମୀଯୁଗଳ ମାନେ କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ କ୍ଷତି ସହିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୂତ ହେବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ । ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭଗୀଦାରୀ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିଜର ବ୍ୟବହାର ସନ୍ତୋଷ ଜନକ ହେବା ଦ୍ୱାରା ଗୁରୁଜନଙ୍କ ବିଶ୍ୱାସ ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା-
ପାରଷ୍ପରିକ ଉତ୍ତମ ବୁଝାମଣା ଯୋଗୁଁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ। ପଡ଼ୋଶୀମାନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ନିଜର ଇଛା ବିରୋଧରେ କାମ କଲେ ଅସୁବିଧାରେ ପଡିପାରନ୍ତି । ପରିବାରରେ ସୁଖ ଶାନ୍ତି ଦେଖାଦେବ । ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ରାଜନୀତିରେ ଯଶମାନ ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ମକର-
ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
କର୍ମରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପୈତୃକ ସମ୍ପତ୍ତି ର ସମସ୍ୟା ସମାଧାନ ହେବ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ମୀନ-
ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି। ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
astrological-prediction-for-april-27-2025 | Argus News